ଲଘୁଚାପ ଘନିଭୂତ : ଦକ୍ଷିଣ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଘନିଭୂତ ହେବା ଫଳରେ ଅଗଷ୍ଟ ୧୩ ରୁ ୧୬ ତାରିଖ ମଧ୍ୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଅଗଷ୍ଟ ୧୪ ରୁ ୧୫ ତାରିଖରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ଥିବା ସୋଆ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅଗଷ୍ଟ ୧୪ ଓ ୧୫ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ୍, ନବରଙ୍ଗପୁର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ  ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ତେବେ ବର୍ଷାର ପରିମାଣ ୧୬ ତାରିଖରୁ କମିବାର ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । 

Leave A Reply

Your email address will not be published.