ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନରେ ଗତ ୧୦ ଦିନ ଧରି ଚାଲିଥିବା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦ୍ଯାପିତ ହୋଇଯାଇଛି।
କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ନୂଆଗଡ ବ୍ଲକରୁ ମୋଟ ୩୦ ଜଣ ପୁରୁଷ ଏବଂ ମହିଳା ତାଲିମ ନେଇଥିଲେ। ସମସ୍ତ ପ୍ରତିଭାଗୀ ମାନଙ୍କ ପାଇଁ ଅନୁଷ୍ଠାନରେ ରହିବା , ଖାଇବା ମାଗଣା ସହିତ ଯାତାୟତ ଭତ୍ତା ମଧ୍ୟ ପ୍ରଦାନ କରଯାଇଥିଲା।
ଏହି ଅବସରରେ ଏକ ଉଦଯାପନୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ଵରେ ଗଜପତି ଜିଲ୍ଲା ନାବାର୍ଡ ବିକାଶ ପ୍ରବନ୍ଧକ ଶ୍ରୀ ପ୍ରତୀକ ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ଶ୍ରୀ କିଶୋର ଚନ୍ଦ୍ର ନାଇକ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ସମସ୍ତ ଅତିଥି ଏବଂ ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରତିଭାଗୀ ମାନଙ୍କୁ ସାର୍ଟିଫିକଟ ପ୍ରଦାନ କରିବା ସଙ୍ଗେସଙ୍ଗେ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ଭବିଷ୍ୟତରେ ଆତ୍ମନିଯୁକ୍ତ ହୋଇ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ।
ଅନୁଷ୍ଠାନର ପ୍ରାଧ୍ୟାପକ ଶ୍ରୀ ଦିଲ୍ଲୀପ କୁମାର ତନ୍ତି କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଶେଷରେ ଅନୁଷ୍ଠାନର ଅନ୍ୟତମ ପ୍ରାଧ୍ୟାପିକା ଶ୍ରୀମତୀ ଦିକ୍ଷ୍ୟାଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post