ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଥିବା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ -୨ରେ ଯୁଗ୍ନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ଯୋଗଦେଇ ଜିଲ୍ଲାର ବିଭିନ୍ନ ପଞ୍ଚାୟତରୁ ଆସିଥିବା ମୋଟ ୨୯ ଗୋଟି ଅଭିଯୋଗ ଶୁଣିଥିଲେ। ଏଥି ମଧ୍ୟରୁ ୨ଟି ସାମୁହିକ ସମସ୍ୟା ଥିବା ବେଳେ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ବିଶେଷ କରି ଇନ୍ଦିରା ଆବାସ ଯୋଜନା , ଭତ୍ତା , ଘରଡ଼ିହ ପଟ୍ଟା ପ୍ରଦାନ , ରାସନକାର୍ଡ , ବିଜୁ ସ୍ୱାସ୍ଥ୍ୟ ବୀମା କାର୍ଡ ସଂକ୍ରାନ୍ତ ସମେତ ବିଭିନ୍ନ ଅଭିଯୋଗ ଉପସ୍ଥାପିତ ହୋଇଥିବା ବେଳେ ସମସ୍ତ ସମସ୍ୟାର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀ , ଉପଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ମହାରଣା , ପିଡି ଡିଆରଡିଏ ଶ୍ରୀ ମହେଶ୍ୱର ଚନ୍ଦ୍ର ନାୟକ , ପିଏ ଆଇଟି ଡିଏ ଶ୍ରୀ ଫାଲଗୁନି ମାଝୀ , ପାରଳାଖେମୁଣ୍ଡି ତହସିଲଦାର ଶ୍ରୀ ଅଚ୍ୟୁତା ନନ୍ଦ ଜାନି ଏବଂ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ପ୍ରଭାସ କୁମାର ବେହୁରା ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.