ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ରାୟଗଡରୁ ସରୋଜ କୁମାର ସାହୁ: ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର, ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରା, ଉପଜିଲ୍ଲାପାଳ ରାୟଗଡ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଭୀମସେନ ଶବର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ଦୟାନିଧି ବାଘ, ଉଦ୍ୟାନ କୃଷି ଉପନିର୍ଦେଶକ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଶ୍ରୀ ଧ୍ରୁବ ଚରଣ ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସାସ୍ମିତା ବାଉରୀ, ତହସିଲଦାର ତାପସ କୁମାର ରାଉତ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୪୪ ଟି ଅଭିଯୋଗର ଶୁଣାଣୀ ହୋଇଥିଲା ସେଥି ମଧ୍ୟରୁ ୩୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ ଗୋଟି ଗ୍ରାମବାସୀ ମାନଙ୍କର ଓ ୩ ଗୋଟି ଅଭିଯୋଗ ରେଡ଼କ୍ରସ ଉପରେ ଥିଲା । ଏହି ଶିବିରରେ ୩ ଜଣକୁ ୧୫ ହଜାର ଟଙ୍କା ରେଡ଼କ୍ରସରୁ ସହାୟତା ପ୍ରଦାନ କରାଯାଇଥିଲା l ଜିଲ୍ଲାପାଳ ଶ୍ରୀ ମିଶ୍ର ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.