ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଜନ୍ମବାର୍ଷିକୀ ପାଳିତ।

0

ଜଗତସିଂହପୁର/ସୁମନ୍ତ କୁମାର ଦାସ-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସମାଜସେବୀ, ଗାନ୍ଧୀବାଦୀ ଗୋପବନ୍ଧୁ ଚୌଧୁରୀଙ୍କ ଢନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ବଙ୍ଗଳା ଛକ ଓ ଖେରସ ଛକରେ ଥିବା ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଡ଼ାଃ ରୁଦ୍ରନାରାୟଣ ଦାଶ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଜଗତସିଂହପୁର ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ,ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ,ଜିଲ୍ଲା ସୂଚନା ଓ ଲୋକ ସ°ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସ°ସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ପୌରପରିଷଦ କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.