ଭୁବନେଶ୍ୱର (ଶାସକ ପ୍ରଶାସକ) :ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ପଟେଲ। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ଶ୍ରୀ ପଟେଲଙ୍କ ଦଳୀୟ ପ୍ରାର୍ଥୀ କରାଯାଇଥିବା ଏଆଇସିସି ସାଧାରଣ ସମ୍ପାଦକ ମୁକୁଲ ୱାସନିକ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି |
