ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜଗତସିଂହପୁର ଜିଲ୍ଲା କୋର୍ଟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲା ଓ ଦୌରା ଜଜ୍ ତଥା ପ୍ରାଧିକରଣର ଅଧକ୍ଷ ଶ୍ରୀ ଅନୁପ କୁମାର ଚନ୍ଦନ ଙ୍କ ଅଧକ୍ଷତାରେ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ୍ ଶ୍ରୀ ଅନୁପ କୁମାର ଚନ୍ଦନ ଙ୍କ ସହ ପରିବାର ଅଦାଲତ ଜଜ୍ ଶ୍ରୀ ଅଶୋକ କୁମାର ପଣ୍ଡା, ସିଂଜେଏମ୍ ଶ୍ରୀ ପ୍ରିୟ ରଞ୍ଜନ ମିଶ୍ର, ପ୍ରାଧ୍ଵକରଣର ସଚିବ ଶ୍ରୀମତୀ ସୁନନ୍ଦା ପାଢୀ, ସବ ଜଜ୍ ଶ୍ରୀମତୀ ସୁଦୀପ୍ତା ଦେହୁରି, ରେଜିଷ୍ଟ୍ରାର ସିଭିଲ୍ କୋର୍ଟସ୍ ଶ୍ରୀମତୀ ସୁଦୀପା ପାତ୍ର, ସବ ଜଜ୍ (ଏଲ୍ ଆର୍ ) ଶ୍ରୀ ଅଭୟ କୁମାର ଦାସ, ଏସ୍ଡିଜେଏମ୍ ଶ୍ରୀ ବିଷ୍ଣୁ ପ୍ରସାଦ ଦେବତା , ମୁନଶିଫ ଶ୍ରୀମତୀ ମାଝୀ ପ୍ରଧାନ, ଜେଏମ୍ ଏଫ୍ସି ଶ୍ରୀମତୀ ଝିଲିଲିନା ନାୟକ ପ୍ରମୁଖ ଯୋଗଦେଇ ମାମଲା ଗୁଡିକର ପରିଚାଳନା କରିଥିଲେ। ଦୁର୍ଘଟଣା ଜନିତ ମୋକଦ୍ଦମାର ବିଚାର ପାଇଁ ଉଦ୍ଦିଷ୍ଟ ବେଞ୍ଚ ରେ ପବ୍ଲିକ ପ୍ରଵେକ୍ୟୁଟର (Prosecutor) ଶ୍ରୀ ନଲିନୀକାନ୍ତ ମହାରଣା, ସରକାରୀ ଓକିଲ ଶ୍ରୀ ସଲିଲ ଘୋଷ, ଆଇନଜୀବୀ ଶ୍ରୀ ଧୁରେନ୍ଦ୍ରନାଥ ଆଚାର୍ଯ୍ୟ, ଶଲ୍ୟବିଭାଗ ଡାକ୍ତର ଶୟଦ ଇକବାଲ ହୁସେନ, ସାମାଜିକ କର୍ମୀ ସୁଷମା ପ୍ରଧାନ ଓ ମନସ୍ତତ୍ବବିତ୍ ସୁସ୍ମିତା ମାଝି ସଭ୍ୟ ଭାବେ ମୋକଦ୍ଦମା ପରିଚାଳନା କରିଥିଲେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧ ମକଦ୍ଦମା ଯଥା ଫୌଜଦାରି (ସାଲିସ୍ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ରୁଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ବୈବାହିକ ବିବାଦ ଓ ଅନ୍ୟାନ୍ୟ ଦିୱାନୀ ମୋକଦ୍ଦମା ସହିତ ଜିଲ୍ଲାରେ ଥିବା ବ୍ୟାଙ୍କ ମାମଲା ସମ୍ବଧୀୟ ପ୍ରାକ ମୋକଦ୍ଦମା ଆଦି ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଫଇସଲା ହୋଇଛି । ଜିଲ୍ଲାରୁ ମୋଟ ୯୪୨ ମାମଲାରୁ ୨୫୪ ଟି ସଫଳତାର ସହ ଫଇସଲା ହେବା ସହିତ ଟ ୧,୪୦,୬୮,୯୯୭/- ଟଙ୍କା ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କ ମାମଲା ସମ୍ବଧୀୟ ପ୍ରାକ ମୋକଦ୍ଦମାରେ ୨୩୭୮ ଟି ମାମଳରୁ ୭୬ ଟି ସଫଳତାର ସହ ଫଇସଲା ହେବା ସହିତ ଟ ୪୫,୦୭,୭୦୦/- ଟଙ୍କା ଋଣ ଆଦାୟ କରାଯାଇଛି । ଜଗତସିଂହପୁର ଜିଲ୍ଲା କୋର୍ଟ ସମେତ କୁଜଙ୍ଗ, ତିର୍ତ୍ତୋଲ, ରଘୁନାଥପୁର ଏବଂ ଏରସମା କୋର୍ଟ ପ୍ରାଙ୍ଗଣରେ ମଧ୍ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ଏବଂ ବିଚାରପତିମାନଙ୍କ ଦ୍ବାରା ମୋକଦ୍ଦମା ଗୁଡିକର ଫଇସଲା କରାଯିବା ସହ ଜୋରିମାନା ଆଦାୟ କରାଯାଇଛି।
Sign in
Sign in
Recover your password.
A password will be e-mailed to you.
Prev Post