ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶନିବାର ଦିନ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁଯାଇ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଗଜପତି ଜିଲ୍ଲା ତଥା ଦୌରା ଜଜ୍ ଶ୍ରୀ ସତ୍ୟପିର ମିଶ୍ର ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ମାମଲାରେ ତ୍ଵରିତ ବିଚାର ପାଇଁ ପଦକ୍ଷେପ ସ୍ବରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରିଯାଇଥିଲା। ଲୋକ ଅଦାଲତରେ ପରିବାର ଅଦାଲତ ଜଜ୍ ଶ୍ରୀ ସୁବ୍ରତ ମହାନ୍ତି , ସବ ଜଜ୍ ଶ୍ରୀ ଦୀପକଙ୍କର ପଟ୍ଟନାୟକ , ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଓ କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରଣା ,
ଉପ ଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରିଣୀ ( ମହିଳା ବିଭାଗ ) ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ସେହିପରି ଭାବେ ରା .ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସବ୍ ଜଜ୍ ଶ୍ରୀ ବିଶେଶ୍ବର ବିଶ୍ବ ପ୍ରକାଶ ରାୟ ଓ କାଶିନଗର କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ରେଶମା ଧଳ ବିଶୋୟୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ଆୟୋଜିତ ଲୋକ ଅଦାଲତରେ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ଭନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ।
ଆୟୋଜିତ ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘର ସମସ୍ତ ଓକିଲବୃନ୍ଦ ସମେତ ସମ୍ପାଦକ ଶ୍ରୀ କୃଷ୍ଣମୋହନ ପଟ୍ଟନାୟକ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯକ୍ରମରେ ସମୁଦାୟ ୨୯୯ ଟି କେଶର ତ୍ୱରିତ ବିଚାରଣାକୁ ନିଆଯାଇଥିବା ବେଳେ ସେଥି ମଧ୍ୟରୁ ମୋଟ ୬୧ ଟି କେଶର ଫଇସଲା କରାଯାଇ ଜରିମାନା ବାବଦକୁ ସର୍ବମୋଟ ୧୩ ଲକ୍ଷ ୩୫ ହଜାର ୮୦୦ ଟଙ୍କା ଆଦାୟ କରାଯାଇଥିଲା।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମରେ ପ୍ରାଧିକରଣର କର୍ମଚାରି ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.