ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନ ସମ୍ମିଳନୀ ଗୃହ ଠାରେ ପ୍ରାକୃତିକ ବିପର୍ଯ୍ୟୟ ଜନିତ ଜିଲ୍ଲାସ୍ତରୀୟ ବୈଠକ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କ ଗହଣରେ ଅନୁଷ୍ଠିତ ହୋଇଯାଇଛି।
ପ୍ରଥମେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜଳନ କରି ଏହି ବୈଠକରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା ଏହି ବୈଠକକୁ ପରିଚାଳନା କରି ପ୍ରାକୃତିକ ବିପର୍ଯୟ ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନା କରିଥିଲେ। ଜିଲ୍ଲାପାଳ ଶ୍ରୀ ପଣ୍ଡା ଗଜପତି ଜିଲ୍ଲା ଏକ ପ୍ରାକୃତିକ ବିପର୍ଯ୍ୟୟ ଜିଲ୍ଲା , ଯେଉଁ ଠାରେ ପ୍ରାୟ ପ୍ରତିବର୍ଷ ବନ୍ୟାବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ଘଟିଥାଏ ଯାହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ବଦା ସତର୍କ ରହିବା ଆବଶ୍ୟକ ବୋଲି କହିବା ସହ ପ୍ରଶାସନ ସର୍ବଦା ସରକାରଙ୍କ ନିର୍ଦ୍ଦେଶନାମାକୁ ପାଳନ କରି ପୂର୍ବ ପ୍ରସ୍ତୁତି ଓ ସଫଳତାର ସହ ମୁକାବିଲା କରିବାରେ ବହୁ ଦୃଷ୍ଟାନ୍ତ ରହିଛି କହିବା ସହ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀମାନେ କିପରି ପ୍ରସ୍ତୁତି କରିଛନ୍ତି ସେ ବିଷୟରେ ସବିଶେଷ ବିବରଣୀ ଉପରେ ଆଲୋଚନା କରିଥିଲେ।
କ୍ଷୁଦ୍ର ଜଳସେଚନ ବିଭାଗ , ଜିଲ୍ଲା ଯୋଗାଣ ବିଭାଗ , ପୂର୍ତ୍ତ ବିଭାଗ , ଜନସ୍ୱାସ୍ଥ୍ୟ ବିଭାଗ , ଗ୍ରାମ୍ୟ ପରିମଳ ଓ ଜଳଯୋଗାଣ ବିଭାଗ , ସ୍ୱାସ୍ଥ୍ୟ ବିଭାଗ , ବନ ବିଭାଗ , ପ୍ରାଣୀ ସମ୍ପଦ ବିଭାଗ ଏବଂ ବିଦ୍ୟୁତ , ଟେଲିକମ୍ ବିଭାଗ ପ୍ରଭୃତି ବିଭାଗ ଗୁଡିକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ନିଜ ନିଜର ଦାୟିତ୍ୱ ସମ୍ପର୍ଣ୍ଣ କରିବେ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା।
ମୁଖ୍ୟତଃ ଏନ୍ଡିଆର୍ଏଫ , ଓଡ୍ରାଫ ଓ ଅଗ୍ନିଶମ ବିଭାଗର ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗୁରୁଦାୟିତ୍ୱ ରହିଥିବାବେଳେ ସେମାନେ ଧନଜନକୁ ରକ୍ଷା କରିବାପାଇଁ ସର୍ବଦା ପ୍ରସ୍ତୁତ ହୋଇ ରହିବା ଆବଶ୍ୟକ ବୋଲି କୁହାଯାଇଥିଲା।
ସେହିପରି ଆଞ୍ଚଳିକ ପରିବହନ ବିଭାଗ କିପରି ବିପର୍ଯ୍ୟୟ ସମୟରେ ବିଭିନ୍ନ ଯାତ୍ରୀବାହୀ ଓ ମାଲବଝୋଇ ଗାଡି ପ୍ରସ୍ତୁତି କରି ରଖିବେ ସେଥିପ୍ରତି ଦୃଷ୍ଟି ଆକର୍ଷଣ କରାଯାଇଥିଲା।
କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଜି. ତିରୁପତି ରାଓ , ପାରଳାଖେମୁଣ୍ଡି ପୌରପରିଷଦର ଅଧ୍ୟକ୍ଷା ନିର୍ମଳା ସେଠୀ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ଚନ୍ଦ୍ର ନାୟକ , ଜିଲ୍ଲା ରାଜସ୍ୱ ଅଧିକାରୀ ରାଜେନ୍ଦ୍ର ରଞ୍ଜିତ କୁମାର ପ୍ରମୁଖ ଉପସ୍ଥିତଥିଲେ। ଜିଲ୍ଲାପାଳ ଶ୍ରୀ ପଣ୍ଡା ଏହି ଅବସରରେ କହିଥିଲେ ଯେ, ଜିଲ୍ଲାର ସମସ୍ତ ୭ଟି ବ୍ଲକରେ ବ୍ଲକସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜରୁରୀ କାଳୀନ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ସଭା କାର୍ଯ୍ୟ ପ୍ରାରମ୍ଭରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ପ୍ରଭାସ ବେହୁରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଜିଲ୍ଲା ରାଜସ୍ୱ ଅଧିକାରୀ ରାଜେନ୍ଦ୍ର ରଞ୍ଜିତ କୁମାର ଧନ୍ୟବାଦ ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.