ଗତସିଂହପୁର /ସୁମନ୍ତ କୁମାର ଦାସ:ଆଜି ପୂର୍ବାହ୍ନରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ଆନୁକୂଲ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଅଛି l ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପାଟୱାରୀ ଜଗତସିଂହପୁର କୋର୍ଟ ସମ୍ମୁଖରେ ଥିବା ରାଜୀବ ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ l ଜଗତସିଂହପୁର ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ପୌର ନିର୍ବାହୀ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା, ପୌର ପରିଷଦ ବରିଷ୍ଠ ସହାୟକ ଦୀପକ ପଟ୍ଟନାୟକ ପ୍ରମୁଖ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ପୌର କର୍ମଚାରୀ ମାନେ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.
Next Post