ନୟାଗଡ଼ (ବିଶ୍ଵଜିତ ନାୟକ) – ଆଜି ସକାଳ ୮ଘଟିକା ସମୟରେ ଗଣିଆ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୧୫୭ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୯ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ଗୋଟିର ଶୁଣାଣି କରାଯାଇ ସମୁଦାୟ ୯୮ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୭୯୦୦୦/- ଏବଂ ଜିଲ୍ଲା ରେଡକ୍ରସରୁ ୦୨ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୧୦୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦେଶ ଦିଆଯାଇଥିଲା ।
ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ପ୍ରକଳ୍ପ ନିର୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗଣିଆ, ତହସିଲଦାର ଗଣିଆ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।
Sign in
Sign in
Recover your password.
A password will be e-mailed to you.