ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନଠାରେ ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍ଘାଟନ କରିଛନ୍ତି ।ଏହି କାର୍ଯ୍ୟକ୍ରମ ରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମଏହି କେଶରୀ ଆରୁଖ, ଉପସ୍ଥିତ ଥିଲେ । ନନ୍ଦନକାନନକୁ କ୍ରମେ କ୍ରମେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି । ଟ୍ରାଫିକ୍ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ରହିପାରିବ ।
ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି ।
ତଳେ ୨୦୦୦ ଦୁଇଚକିଆ ଯାନ ରହିବା ଭଳି ମଧ୍ୟ ସୁବିଧା କରାଯାଇଛି । ଏହା ଦ୍ୱାରା ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହନ ଭିଡ଼ କମିବା ସହ ଟ୍ରାଫିକ୍ ସମସ୍ୟାର ସମାଧାନ ହୋଇପାରିବ. ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛି ଏବଂ ଏଥି ପାଇଁ ଏକ ୨୦ ବର୍ଷିଆ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରାଯାଇଛି । ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବା ସହ ଅତ୍ୟାଧୁନିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବ ସେ ଦିଗରେ ପଦକ୍ଷେପ ନିଆ ଯାଇଛି |
ଏହି ଅବସରରେ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତରର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶ୍ରୀ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.