ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସାରା ଦେଶ ପାଇଁ ଗରିବ କଲ୍ୟାଣ ସମ୍ମିଳନୀ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି। ଏହି ସମ୍ମିଳନୀ ମାନ୍ୟବର ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସିମଲା ଠାରୁ ଭିଡ଼ିଓ କନଫେରେସିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାସ୍ତରରେ ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ , ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ. ନାରାୟଣ ରାଓ ଏବଂ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ୟୁନିୟନ୍ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଯୋଗ ଦେଇଥିଲେ।
କେନ୍ଦ୍ର ସରକାରଙ୍କ ଦ୍ବାରା ପାଳିତ ହେଉଥିବା ଆଜାଦି କି ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ ଦ୍ବାରା କାର୍ଯ୍ୟକାରି ହେଉଥିବା ବିଭିନ୍ନ ଯୋଜନାର ସୂଚନା ଏବଂ ସଫଳ ରୂପାୟନ ଭାବରେ ମାନ୍ୟବର ପ୍ରଧାନମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏହାସହ ବିଭିନ୍ନ ପ୍ରଦେଶର କିଛି ହିତାଧିକାରୀଙ୍କ ସହିତ ମାନ୍ୟବର ପ୍ରଧାନମନ୍ତ୍ରୀ କଥାହୋଇ ଯୋଜନାର ସଫଳ ରୂପାୟନ ଉପରେ ଆଲୋଚନା କରିଥିଲେ।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଅନ୍ତର୍ଭୁକ୍ତ ଥିବା ୧୦ କୋଟି ହିତାଧିକାରୀ ମାନଙ୍କୁ ପ୍ରାୟ ୨୧ ହଜାର କୋଟି ପ୍ରଦାନ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , କାର୍ଯ୍ୟନିର୍ବାହୀ ଅଧିକାରୀ , ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି ଶ୍ରୀଯୁକ୍ତ ଜ୍ଞାନରଞ୍ଜନ ମାଝୀ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ , ଏନ୍.ଏ.ସି , କାଶୀନଗର ଶ୍ରୀମତି ସତ୍ୟ ସମ୍ପନ୍ନା ରାଉତ , ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ମା ମାନେ , ଏବଂ ଆଶା କର୍ମୀ ମାନେ ଉପସ୍ଥିତ ଥିବା ବେଳେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କର୍ମଚାରୀ ଏହାକୁ ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.