ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା କନଫେରାନ୍ସ ହଲ ଠାରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଦୀପ କୁମାର ପାତ୍ର , ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡକ୍ଟର ଏମ୍ ଏମ୍ ଅଲ୍ଲି , ବିନୋଦିନି ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ମନୋଜ ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ। ତମାଖୁ ବ୍ୟବହାରର କୁ ପରିଣାମ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଥିବା ଉକ୍ତ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପାତ୍ର ଓ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡକ୍ଟର ଏମ୍ ଏମ୍ ଅଲ୍ଲି ପୁରସ୍କୃତ କରିଥିଲେ। ତମାଖୁର କୁ-ଅଭ୍ୟାସରେ ନ ପଡିବା ପାଇଁ ଏକ ଶପଥ ପାଠ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ନେତ୍ରାନନ୍ଦ ଶତପଥୀ ଏବଂ ସୂର୍ଯ୍ୟ କାନ୍ତ ମିଶ୍ର ପରିଚାଳନା କରିଥିଲେ।
Sign in
Sign in
Recover your password.
A password will be e-mailed to you.