ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗୁମ୍ମା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ।
ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ତ ସୂତ୍ରରୁ ଗୁମ୍ମା ବାଲ୍ୟବିବାହ ନିଷେଧ ଅଧିକାରିଣୀ ଶ୍ରୀମତି ଅନିତାରାଣୀ ପଟ୍ଟନାୟକ ଜାଣିବାକୁ ପାଇଥିଲେ। ଶ୍ରୀମତୀ ପଟ୍ଟନାୟକ ଖବର ପାଇ ବାଲ୍ୟବିବାହ ନିଷେଧ ଟାସ୍ତଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ।
ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା । ଉକ୍ତ ଟିମ୍ ରେ ଆଇ ସି ଡ଼ି ଏସ୍ ମହିଳା ସୁପରଭାଇଜର ଶ୍ରୀମତୀ ସୁଲିଳା ଅଧିକାରୀ , ଗୁମ୍ମା ଥାନାଧିକାରୀ ଜୟପ୍ରକାଶ ପଟ୍ଟନାୟକ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ଆଇନ ପରିବେକ୍ଷଣ ଅଧିକାରୀ ଜୟପ୍ରକାଶ ବାଡ଼ତ୍ୟା , ”ସଖୀ” ୱାନ୍ ଷ୍ଟପ୍ ସେଣ୍ଟର କେନ୍ଦ୍ରର କେସ୍ ୱାର୍କର ସୁଶ୍ରୀ ସୁନିତା ବେହେରା , ଏକ୍ସନ ଏଡ୍ ର ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ବିକାଶ କୁମାର ମେହେର , ଚାଇଲ୍ଡଲାଇନର ସଦସ୍ୟ ଜିକରିୟ ରଇତ ଏବଂ ଅଙ୍ଗନବାଡି କର୍ମୀ ଶ୍ରୀମତୀ ନିରୂପମା ପାଣିଗ୍ରାହୀ ପ୍ରଭୃତି ଉକ୍ତ ସ୍ଥାନକୁ ଯାଇ ହେବାକୁ ଥିବା ବାଲ୍ୟବିବାହକୁ ସ୍ଥଗିତ କରିଥିଲେ।
ଏହାପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବାଲ୍ୟବିବାହର କୁ-ପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା।
ଗ୍ରାମ ବାସିନ୍ଦାଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ପୂରଣ ନହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି।
ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ବାରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।
Sign in
Sign in
Recover your password.
A password will be e-mailed to you.