ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ

0

ନୟାଗଡ଼(ବିଶ୍ୱଜିତ ନାୟକ) – ଆଜି ସକାଳ ୮ଘଟିକା ସମୟରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୧୦୯ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୮୮ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୪ଗୋଟିର ଶୁଣାଣି କରାଯାଇ ସମୁଦାୟ ୪୭ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୧୨୨,୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ସେହିପରି ରେଡ୍ କ୍ରସ ସଂସ୍ଥାରୁ ୨ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୨୫୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ,ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ନୟାଗଡ଼, ଅତିରିକ୍ତ ତହସିଲଦାର ନୟାଗଡ଼, ଜିଲ୍ଲାସ୍ତରୀୟ ପଦାଧିକାରୀ,ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।

 

Leave A Reply

Your email address will not be published.