ଗଜପତି ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ଉଚ୍ଛେଦ ସମ୍ପର୍କିତ ଶୋଭାଯାତ୍ରା ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ସଚେତନତା ଶୋଭାଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ସବୁଜ ପତକା ଦେଖାଇ ଶୁଭ ଉଦଘାଟନ କରିଛନ୍ତି।
ଏହି ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ସଂପୂର୍ଣ୍ଣ ପାରଳାଖେମୁଣ୍ଡି ସହର ପରିକ୍ରମା କରି ଲୋକମାନଙ୍କୁ ଶିଶୁ ଶ୍ରମିକ ଉଚ୍ଛେଦ ଆଇନ ବିଷୟରେ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ପଣ୍ଡା , ଶ୍ରମ ନିରୀକ୍ଷକ ଶ୍ରୀଯୁକ୍ତ ସୋମନାଥ ପାତ୍ର ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ଚାଇଲ୍ଡ ଲାଇନ ସଂଯୋଜକ ଶ୍ରୀଯୁକ୍ତ ନାଗେଶ୍ୱର ଚୌଧୁରୀ ଏବଂ ଏକ୍ସନ ଏଡର ଜିଲ୍ଲା ସଂଯୋଜକ ଶ୍ରୀଯୁକ୍ତ ବିକାଶ ମେହର ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ।

Leave A Reply

Your email address will not be published.