ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କ ସହ ବିଭାଗୀୟ ସଚିବଙ୍କ ସୌଜନ୍ୟମୂଳକ ସାକ୍ଷାତ

0

ଭୁବନେଶ୍ୱର(ଶାସକ ପ୍ରଶାସକ) : ବରିଷ୍ଠ ପ୍ରଶାସକ ଶ୍ରୀ ସଂଜୟ କୁମାର ସିଂ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲା ପରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତଙ୍କୁ ସଚିବାଳୟସ୍ଥିତ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ , ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡଃ ପ୍ରଦୀପ କୁମାର ରାଉତ ଏବଂ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ଉପସ୍ଥିତିରେ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସହିତ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ବିଭାଗ ପକ୍ଷରୁ ପୁରୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ନେଇ ସଚିବ ଶ୍ରୀ ସିଂ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

ଆଲୋଚନା ସମୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ସାରା ବିଶ୍ୱର ଅଗଣିତ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଖକୁ ସିଧା ପ୍ରସାରଣ ମାଧ୍ୟମରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଘୋଷଯାତ୍ରାକୁ ପହଞ୍ଚାଇବାର ସୁବନ୍ଦୋବସ୍ତ କରିବାକୁ ମନ୍ତ୍ରୀ ଶ୍ରୀ ଅମାତ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.