ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ପରିସରରେ ଥିବା ଇଣ୍ଡୋର ଷ୍ଟାଡିୟମ ଠାରେ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ମଧ୍ୟରେ ୨ଦିନିଆ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଶନିବାର ଦିନ ଉଦ୍ଘାଟିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର ଯୋଗଦେଇ ଉଦ୍ଘାଟନ କରିଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ରବିବାର ଦିନ ସମାପନ ହେବ। ଏଥିରେ ଜିଲ୍ଲାର ସମସ୍ତ ପିଏଚ୍ସି , ସିଏଚ୍ସି, ଡିଏଚ୍ଏଚ୍ ଏବଂ ସିଡିଏମ୍ଓ କାର୍ଯ୍ୟାଳୟର କର୍ମଚାରୀମାନେ ଅଂଶଗ୍ରହଣ କରିଛନ୍ତି। ଉଦ୍ଘାଟନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଏନ୍ଏଚ୍ଆର୍ଏମର ଜିଲ୍ଲା ପ୍ରକଳ୍ପ ପରିଚାଳିକା ସୌମ୍ୟାରାଣୀ ଗୌଡ , ଜିଲ୍ଲା କ୍ରୀଡା ବିଭାଗର ଅଧିକାରୀ ନଟବର ଗରଡ଼ା ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.