ଭଞ୍ଜନଗର : ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଉପସ୍ଥିତ ରହି ସର୍ବ ପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଅଭିଯୋଗଗୁଡିକର ଶୁଣାଣି କରିଥିଲେ । ସମ୍ମୁଦାୟ ୧୪ଟି ପତ୍ର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଗ୍ରହଣ କରିଥିଲେ । ଦିବ୍ୟାଙ୍ଗମାନଙ୍କ ନିକଟରୁ ୫ଟି ଅଭିଯୋଗ ପତ୍ର ଆସିଥିଲା ବେଳେ ୯ଟି ସାଧାରଣ ଅଭିଯୋଗ(ବ୍ୟକ୍ତିଗତ ସମସ୍ୟା) ପତ୍ର ଗ୍ରହଣ କରାଯାଇଛି । ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ସହାୟକ ଜିଲ୍ଲାପାଳ ସଞ୍ଜୟ କୁମାର ସାହୁ ଓ ଶ୍ରୀମତୀ ଅଞ୍ଜଳି ମାଝୀ, ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ଅସିତ ମହାନ୍ତି, ଭଞ୍ଜନଗର ଉପଖଣ୍ଡ ଚିକିତ୍ସ୍ୟାଳୟର ଡାକ୍ତର ଶ୍ରୀ ଅନିଲ କୁମାର ଚୌଧୁରୀ, ଭଞ୍ଜନଗର ପୋଲିସ ଥାନାର ଥାନାଧିକାରୀ ଶ୍ରୀ ଧୀରେସ କୁମାର ଦାସ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଶ୍ରୀ ନିହାର ରଞ୍ଜନ ବେହେରା, ଭଞ୍ଜନଗର ଜନ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଶ୍ରୀ ବିନୟ କୁମାର ସାହୁ, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ, ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଶ୍ରୀ ଅନିଲ କୁମାର ପଣ୍ଡା ସମେତ ସମସ୍ତ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post