ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏରସମା ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ମୋଟ ୧୧୧ ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥ୍ ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୧୦୨ ଟି ଅଭିଯୋଗ ଏବଂ ୦୯ ଟି ଗ୍ରାମ୍ୟ ଓ ଗୋଷ୍ଠୀଗତ ସମସ୍ୟା ସଂପର୍କିୟ ଅନ୍ତର୍ଭୁକ୍ତ । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୨୦ ଟି ରେସନ କାର୍ଡ ନିମନ୍ତେ ୦୭ଟି ଜମି ଜମା ସମସ୍ୟା ସମ୍ପର୍କୀୟ ୧୦ଟି ରେଡ କ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୦୧ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ନିମନ୍ତେ ୦୧ ଟି, ପୋଲିସ୍ ସହାୟତା ନିମନ୍ତେ ୨ ଟି ଭର୍ତ୍ତା ସଂପର୍କୀୟ ୩୫ ଟି ଏବଂ ଅନ୍ୟାନ୍ୟ ୨୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା l ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହନ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ରୁଦ୍ର ନାରାୟଣ ଦାଶ,ଉପଜିଲ୍ଲାପାଳ ଶ୍ରୀ ଧାମେନ୍ଦ୍ର ମଲ୍ଲିକ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ତିର୍ତ୍ତୋଲ ଶ୍ରୀ ଦୀପକ ଜେନା, ବିଡ଼ିଓ ଶ୍ରୀ କୈଳାଶ ଚନ୍ଦ୍ର ବେହେରା,ବ୍ଲକ ଅଧକ୍ଷା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ମହାପାତ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ,ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣୀ କରିଥିଲେ ।
Sign in
Sign in
Recover your password.
A password will be e-mailed to you.