ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ତ ନେହୁରୁ ଯୁବ କେନ୍ଦ୍ର ତରଫରୁ ପଣ୍ଡିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ଠାରେ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନେହୁରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ଶ୍ରୀ ବିଜୟ କୁମାର ମହାପାତ୍ର ଯୋଗ ଦେଇଥିଲେ। ଜିଲ୍ଲାର ବିଭିନ୍ନ ବ୍ଲକରୁ ୩୦ ଜଣ ଯୁବକ ଯୁବତୀ ଅଂଶ ଗ୍ରହଣ କରିଥିଲେ। ନେହୁରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀଙ୍କ ତତ୍ୱାବୋଧାନରେ କାର୍ଯ୍ୟକ୍ରମଟି ହୋଇଥିବା ବେଳେ ନେହୁରୁ ଯୁବ କେନ୍ଦ୍ରର ସ୍ବେଚ୍ଛାସେବୀ ଏ.ମହେଶ୍ୱର ରାଓ ଏବଂ ବି. ଭାବାନୀ ପ୍ରସାଦ ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.