ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ କଲ୍ଲକୀ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ। ଠାକୁରଙ୍କ କଲ୍ଲକୀ ଅବତାର ଦର୍ଶନ କରିବା ପାଇଁ ସନ୍ଧ୍ୟାରେ ଭକ୍ତଙ୍କ ଭିଡ଼ ଲାଗିଥିଲା। ପାଗ ଅନୁକୂଳ ଥିବାରୁ ପୁରପଲ୍ଲୀରୁ ଭକ୍ତଙ୍କ ସୁଅ ଛୁଟି ଥିବାର ଦେଖିବାକୁ ମିଳିଛି। ଠାକୁରଙ୍କ ବିଭିନ୍ନ ଅବତାର ଦର୍ଶନ କଲେ ପୁଣ୍ୟ ମିଳେ ବୋଲି ଠାକୁରଙ୍କର ଦଶ ଅବତାର ଦେଖିବା ପାଇଁ ପ୍ରତ୍ୟେକ ଦିନ ଭକ୍ତଙ୍କ ସମାଗମ ହୋଉଥିଲା। ପ୍ରତ୍ୟେକ ଦିନ ଆନନ୍ଦ ବଜାରରେ ଭକ୍ତଙ୍କ ପାଇଁ ଅନ୍ନ ପ୍ରାସାଦର ବ୍ୟବସ୍ଥା କରାଯାଇଥିଲା।
ଶ୍ରୀଜୀଉଙ୍କ ଦର୍ଶନ କରିବା ସଙ୍ଗେ ସଙ୍ଗେ ମୀନା ବଜାର , ମୌତ କା କୁଆଁ , ରାମ ଦୋଳି ଓ ବିଭିନ୍ନ ପ୍ରକାର ଘରେଇ ସାମଗ୍ରୀ କିଣିବା ସହ ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟରେ ଜଗନ୍ନାଥ ମନ୍ଦିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ବିଭିନ୍ନ ଅନୁଷ୍ଠାନର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଇଥିଲେ ଶ୍ରଦ୍ଧାଳୁ ।
ଜିଲ୍ଲା ପ୍ରଶାସନ ଓ ରଥଯାତ୍ରା କମିଟିର ଏହି ଭଳି ପଦକ୍ଷେପକୁ ଜିଲ୍ଲାବାସୀ ପ୍ରଶଂସା କରିଛନ୍ତି। ଜନ ଗହଳିକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ମୁତୟନ ଥିଲେ।
Sign in
Sign in
Recover your password.
A password will be e-mailed to you.