ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍ର ଅଧିକାଂଶ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ପାସ୍ କରିଥିବା ବେଳେ ସୌମୀ ବିଶ୍ୱାସ ସର୍ବାଧିକ ୯୯ ପ୍ରତିଶତ ନମ୍ବର ରଖି ସ୍କୁଲ୍ ଟପ୍ପର ହୋଇଛନ୍ତି। ସ୍କୁଲ୍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୬ ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି। ଏଥିପାଇଁ ସେ ସ୍କୁଲ୍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି।
Sign in
Sign in
Recover your password.
A password will be e-mailed to you.