ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ରାୟଗଡରୁ ସରୋଜ କୁମାର ସାହୁ: ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେଵ ସିଂ, ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରା, ପିଡି, ଡିଆରଡିଏ ଶ୍ରୀ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ରାୟଗଡ ଶ୍ରୀ ଭୀମସେନ ଶବର, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ଦୟାନିଧି ବାଗ, ଉଦ୍ୟାନ କୃଷି ଉପନିର୍ଦେଶକ ଶ୍ରୀ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ତହସିଲଦାର ଶ୍ରୀ ତାପସ କୁମାର ରାଉତ, ବିଡ଼ିଓ ଶ୍ରୀ ଲକ୍ଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀ ଅଧିକାରୀ ଶ୍ରୀ ୟାସସିର ବିଲଲ ଅହମଦ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଶ୍ରୀ ଧ୍ରୁବଚରଣ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ରାୟଗଡ, ଶ୍ରୀ ଶେଖ ଆଲେନୁର, ନିର୍ବାହୀଯନ୍ତ୍ରୀ ବିଦ୍ୟୁତ ଶ୍ରୀ ନାରାୟଣ ନାୟକ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୬୦ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୫୪ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୬ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୩ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୨୫ହଜାର ଟଙ୍କl ଏବଂ ୨ଜଣକୁ ଜିଲ୍ଲା ରେଡ଼ କ୍ରସ ସଂସ୍ଥାରୁ ୧୦ହଜାର ଟଙ୍କା ସର୍ବୋମୋଟ ୩୫ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତି ସ୍ବଧା ଦେଵ ସିଂ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀମତି ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.