ସୁବର୍ଣ୍ଣପୁର ( ପ୍ରକାଶ କୁମାର ହାତୀ) ସୋନପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୮ ଗୋଟି, ସାମୁହିକ ଦରଖାସ୍ତ ୮ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୫ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଶିବିର ଅବସରରେ ଜିଲ୍ଲପାଳ ଶ୍ରୀମତୀ ନରୱଣେ ସୁନାପାଲି ନିବାସୀ ଶ୍ରୀମତୀ କଳାବତୀ ମିର୍ଦ୍ଧା, ସ୍ୱାମୀ ସ୍ବର୍ଗତ ଉପେନ୍ଦ୍ର ମିର୍ଦ୍ଧା ଙ୍କୁ ଜାତୀୟ ପରିବାର କଲ୍ୟାଣ ଯୋଜନା ରେ ଏକକାଳୀନ ଆର୍ଥିକ ସହାୟତା ଟଂ ୨0,000/- (କୋଡିଏ ହଜାର ) ଟଙ୍କା ସହିତ ମଧୁବାବୁ ପେନସନ ଯୋଜନାରେ ଚଳିତ ମାସ ଠାରୁ ମାସକୁ ଟଂ ୫00/-ଙ୍କା ଲେଖାଁଏ ପ୍ରଦାନ କରିଛନ୍ତି l ବି ଡି ଓ, ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଳା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ,ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l
Sign in
Sign in
Recover your password.
A password will be e-mailed to you.