ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0

ରାୟଗଡ଼ରୁ ସରୋଜ କୁମାର ସାହୁ: ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଆଜି କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷ ରାମଚନ୍ଦ୍ର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲlଲମୋହନ ରାଉତରାୟ, ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ପଂଚାୟତ ସମିତି ଅଧକ୍ଷା ସଂଯୁକ୍ତା କୁଲେଶିକା, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ପ୍ରଦୀପ ପଟ୍ଟନାୟକ, ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥାର ସହାକାରୀ ଯନ୍ତ୍ରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁକାନ୍ତ ସାହୁ, ତହସିଲଦାର କଲୋନରା, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା , ବିଡ଼ିଓ ଗୌର ଚନ୍ଦ୍ର ପଟନlୟକ, ଅତିରିକ୍ତ ବିଡିଓ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ଯୋଗାଣ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୨୦ଟି ଅଭିଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୩ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.