ଭୁବନେଶ୍ୱର, : କିଟ୍ ବିଶ୍ୱବିଦ୍ୟାଳୟ ଓ କିସ୍ରେ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । କିସ୍ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏଫ୍ଆଇଭିବିର ମହାନିର୍ଦ୍ଦେଶକ ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇଥିଲେ। ଏଥିରେ କିଟ୍ ଓ କିସ୍ ସମ୍ପାଦକ ଆର ଏନ୍ ଦାଶ, ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସସ୍ମିତା ସାମନ୍ତ, କୁଳସଚିବ ଜ୍ଞାନ ରଞ୍ଜନ ମହାନ୍ତି, କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ ବେହେରା, କୁଳସଚିବ ଡ. ପି. କେ. ରାଉତରାୟଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ । ସେହିପରି କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ରେ ସ୍କୁଲ୍ର ଚେୟାରପର୍ସନ ଡ. ମୋନା ଲିସା ବଳ ପତ୍ତାକା ଉତ୍ତୋଳନ କରିଥିଲେ ।
କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଓ କର୍ମଚାରୀ ଜାତୀୟ ପତାକା ଉଡ଼ାଇ ଦେଶାତ୍ମବୋଧକ ପରିବେଶ ସୃଷ୍ଟି କରିଥିଲେ । ଏହି ଅବସରରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ସ୍ୱାଧୀନତା ଦିବସର ବାର୍ତ୍ତା ପ୍ରେରଣ କରିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବିଶିଷ୍ଟ ଚିକିତ୍ସାବିତ୍ ଡ. ଭି ଏସ୍ ମଦନଙ୍କ ଉଦାହରଣ ଦେଇ ଭବିଷ୍ୟତ ପିଢ଼ି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଶ୍ରୀ ସାମନ୍ତ ପରାମର୍ଶ ଦେଇଥିଲେ । କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଦିନ ତମାମ କିଟ୍ ଓ କିସ୍ରେ ଆଜାଦୀ କା ଅମୃତ ମହୋତ୍ସବ ପାଇଁ ବିଭିନ୍ନ କାର୍ଯର୍୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Sign in
Sign in
Recover your password.
A password will be e-mailed to you.
Next Post