ମହିଳା ସ୍ନାତକ ମହାବିଦ୍ୟାଳୟରେ ଭୋଟର ସଚେତନତା ଓ ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳଳୟ ପକ୍ଷରୁ ଏକ ଭୋଟର ସଚେତନତା ତଥା ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ( ଓଡ଼ିଶା ରାଜସ୍ୱ ସେବା ) ଶ୍ରୀ ରାଜେନ୍ଦ୍ର ପ୍ରସାଦ ଭୂୟାଁ ମାଷ୍ଟର ଟ୍ରେନର ଭାବେ ଯୋଗଦେଇ ଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମର ମହତ୍ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ ଏବଂ ଭୋଟର ହେଲ୍ପ-ଲାଇନ୍ ଆପ୍ ଡାଉନଲୋଡ କରି ନିଜ ମୋବାଇଲ ମାଧ୍ୟମରେ ଭୋଟର ଇଲେଟୋରାଲ୍ ରୋଲରେ ନିଜ ନାମ ପଞ୍ଜିକୃତ କରିବା ପାଇଁ ଉପସ୍ଥିତ ଛାତ୍ରୀମାନଙ୍କୁ ବୁଝାଇ ଉତ୍ସାହିତ କରିଥିଲେ।
ଏହି ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ରେଡ୍କ୍ରସ ଅଧିକାରୀ ତଥା ଅଧ୍ୟାପିକା ସୁଶ୍ରୀ ମଧୁସ୍ମିତା ପ୍ରଧାନ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଛାତ୍ରୀ ମାନେ ଯୋଗଦାନ ଉପକୃତ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.