ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି , କତାଲକଇଟା , ରାଣୀପେଟା , ସିଧାମାଡ଼ଙ୍ଗ ଓ ଝାମୀ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୭୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୬୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା ୭ଟି , ୧୭ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ତିନି ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ ହଜାର ଟଙ୍କା ପ୍ରଦାନ କରାଯାଇଛି। ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ଏବଂ ଜନ ଅଭିଯୋଗ ଶୁଣାଣୀର ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ- ତଥା- କାର୍ଯ୍ୟନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ, ଶ୍ରୀ ରମାଞ୍ଚଳ ଖମାରୀ , ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ , ପିଏ.ଆଇଟିଡିଏ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ , ଜିଲ୍ଲାପାଳଙ୍କ କାର୍ଯ୍ୟାଳର ଡେପୁଟି କଲେକ୍ଟର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post