ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ୪ ଜିଲ୍ଲାର ମିଶନ ଶକ୍ତି ସଦସ୍ୟା

0

“ମିଶନ ଶକ୍ତି ଆମ ଜୀବନରେ ବହୁତ ବଡ ପରିବର୍ତନ ଆଣିଛି”

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ୱ କୁ ସୁନ୍ଦର ଭାବରେ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ସେମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନ ରେ ବହୁତ ବଡ ପରିବର୍ତନ ଆଣିଛି ବୋଲି କହିଥିଲେ. ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Leave A Reply

Your email address will not be published.