ଭୁବନେଶ୍ୱର :ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପରିସରରେ ପାଳିତ ହୋଇଯାଇଛିା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଶୁଭ ଉଦ୍ଘାଟନ କରିଥିଲୋ ଏହି ଅବସରରେ ମନ୍ତ୍ରୀ ଶ୍ରୀ ଦାଶ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲକ୍ଷ୍ୟକୁ ସାକାର କରିବା ପାଇଁ ପ୍ରତ୍ୟେକ ବ୍ଲକ୍ସ୍ତରରେ ଆଦର୍ଶ ବିଦ୍ୟାଳୟମାନ ସ୍ଥାପନା ସହିତ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛିା ଏହି ବିଦ୍ୟାଳୟମାନଙ୍କରେ ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୯୩୪୨୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତିା ଚଳିତ ବର୍ଷ ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ୧୨୪୭ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହେବା ରାଜ୍ୟରେ ଶିକ୍ଷାର ଗୁଣାତ୍ମକ ମାନକୁ ସୂଚାଉଛି ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲୋ
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉପେଦେଷ୍ଟା(ଶିକ୍ଷା) ଶ୍ରୀ ଉପେନ୍ଦ୍ର ତି୍ରପାଠୀ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ୱଥୀ ଏସ୍, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ପ୍ରମୁଖ ଯୋଗଦେଇଥିଲୋ ଯୁଗ୍ମ ନିର୍ଦ୍ଦେଶିକା ବନ୍ଦନା ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲୋ
Sign in
Sign in
Recover your password.
A password will be e-mailed to you.
Prev Post