ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍ଘାଟିତ

0
  • ଗଣଶିକ୍ଷା ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଆହ୍ୱାନ

  • ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅଧ୍ୟକ୍ଷ ଏବଂ ଏଡ଼ିଇଓମାନଙ୍କୁ ପରାମର୍ଶ

  • “ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି’ : ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ

ଭୁବନେଶ୍ୱର :ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଓସେପାର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍ଘାଟିତ ହୋଇଯାଇଛିା ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବର୍ଗର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତିା ସମ୍ବର୍ଦ୍ଧନାର ଉତ୍ତରରେ କୃତୀ ଛାତ୍ରଛାତ୍ରୀମାନେ ସେମାନଙ୍କ ସଫଳତାର କାହାଣୀ ବର୍ଣ୍ଣନା କରିବା ସହ ଆଗାମୀ ଜୀବନର ଲକ୍ଷ୍ୟ ଓ ଶିକ୍ଷାର ମାନବୃଦ୍ଧି ନେଇ ମତ ରଖିଥିଲୋ
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥୀ ଏସ୍. ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ଧ୍ୟାନ ଦେବାପାଇଁ ପରାମର୍ଶ ଦେବା ସହ ଆଗାମୀ ବର୍ଷ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲୋ ସମ୍ମିଳନୀରେ ୨୦୨୨ ମସିହା ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ରାଜ୍ୟରେ ଥିବା ବିଭିନ୍ନ ବର୍ଗର ବିଦ୍ୟାଳୟମାନଙ୍କର ପ୍ରଦର୍ଶନ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆୟାର ଅଲୋକପାତ କରିଥିଲୋ
ଏହାପରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ଡିଗ୍ରୀ କଲେଜ ବା ବିଶ୍ୱବିଦ୍ୟାଳୟରୁ ପୃଥକୀକରଣ, ଅତିଥି ଶିକ୍ଷକ ନିୟୋଜିତ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୈକ୍ଷିକ ତଦାରଖ ବ୍ୟବସ୍ଥା, ଧନ୍ଦାମୂଳକ ଶିକ୍ଷାର ବିକାଶ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲାା ବିଭିନ୍ନ ପ୍ରକାର ଇ-ଶିକ୍ଷଣ ଓ ଇ-ମୂଲ୍ୟାୟନ ସମ୍ବନ୍ଧରେ ଏସ୍ସିଇଆର୍ଟି ତରଫରୁ ତାଲିମ ଦିଆଯାଇଥିବାବେଳେ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ୫୫୦ରୁ ଉର୍ଧ୍ଵ କ୍ୟାରିଅର ଓ ୧୨୦୦ରୁ ଉର୍ଧ୍ଵ ବୃତ୍ତି ସମ୍ବଳିତ ଓଡ଼ିଶା କ୍ୟାରିଅର ପୋର୍ଟାଲ ଉପରେ ୟୁନିସେଫ୍ ଦ୍ୱାରା ପ୍ରଶିକ୍ଷଣ ଦିଆଯାଇଥିଲାା ପରିଶେଷରେ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶିକା ଡ. ବିଜୟା ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲୋ
ଏହି ଅବସରରେ ଯୁକ୍ତ-୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲାା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ୱିନୀ କୁମାର ମିଶ୍ର, ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଅଧ୍ୟକ୍ଷ, ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ, ବିଭାଗୀୟ ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲୋ

Leave A Reply

Your email address will not be published.