ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୦ତମ ଶ୍ରାଦ୍ଧଦିବସ

0

 

ଭୁବନେଶ୍ୱର, ବିଧାସଭା ପରିସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବିଦ୍ୱାନ, ସମାଜସଂସ୍କାରକ, ବ୍ୟବସ୍ଥାପକ ଓ ପୂର୍ବତନ ବାଚସ୍ପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ୫୦ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ  ନୀବନ ପଟ୍ଟନାୟକ, ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର ତଥା ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ମହାରଥୀ, ଅର୍ଥ ଓ ଅବକାରୀ ମନ୍ତ୍ରୀ  ଶଶିଭୂଷଣ ବେହେରା, ବିଧାୟକ  ସୁକାନ୍ତ ନାୟକ, ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ବିଧାନସଭା ସଚିବାଳୟର ଗ୍ରନ୍ଥାଗାର ସମ୍ମୁଖରେ ଥିବା  ପଣ୍ଡିତ ନୀଳକଣ୍ଠ ଦାସଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ବିଧାନସଭାର ସଚିବ ଅମୀୟ କୁମାର ଷଡ଼ଙ୍ଗୀ, ଓ ଅନ୍ୟ ବରିଷ୍ଠ ଅଧିକାରୀ  ଉପସ୍ଥିତ ଥିଲେ । ବିଧାନସଭା ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀଙ୍କ ଦ୍ୱାରା ପ୍ରାରମ୍ଭିକ ସଂଗୀତ ପରିବେଷଣ କରାଯାଇଥିଲା ।

 

Leave A Reply

Your email address will not be published.