ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ସଭାପତି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଦିବସ ଜଗତସିଂହପୁର ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଉତ୍କଳମଣି ଙ୍କ ଜିବନୀ ଉପରେ ଆଲୋଚନା କରାଯିବା ସହ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।
ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଦେଶ କଂଗ୍ରେସ ସମ୍ପାଦକ ତଥା ପୂର୍ବତନ ପୌରାଧକ୍ଷ ବିପ୍ଳବ ଚୌଧୁରୀ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ କୁମାର ମଲ୍ଲିକ, ମହେଶ୍ୱର ବିଶ୍ବାଳ, ରମେଶ ଚନ୍ଦ୍ର ବିଶ୍ବାଳ, ବାବାଜୀ ସ୍ବାଇଁ ପ୍ରମୁଖ ଯୋଗଦେଇ ଉତ୍କଳମଣି ଙ୍କ ପ୍ରତି ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ।
Sign in
Sign in
Recover your password.
A password will be e-mailed to you.