ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ କୁଜଙ୍ଗ ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହି ଜନଅଭିଯୋଗ ଶିବିରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ l ଆଜି ମୋଟ ୨୩୬ ଅଭିଯୋଗ ପଞ୍ଜିକୃତ ହୋଇଥିଲା l ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କୀୟ ୨୨୮ ଟି ଅଭିଯୋଗ ଓ ଗ୍ରାମ୍ୟ ଓ ଗୋଷ୍ଠୀ ସମସ୍ୟା ୦୮ ଟି ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ସଂପର୍କୀୟ ୧୨ ଗୋଟି ରେସନ କାର୍ଡ ନିମନ୍ତେ ୧୮ ଟି, ଭର୍ତ୍ତା ସଂପର୍କୀୟ ୩୮ ଗୋଟି ପୋଲିସ ସହାୟତା ନିମନ୍ତେ ୦୫ ଟି, ରେଡ଼କ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ସମସ୍ତ ସମସ୍ୟା ସଂପର୍କୀୟ ୨୧ ଟି ଅଭିଯୋଗର ଶୁଣାଣି କରିଥିଲେ l ୧ ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ନିମନ୍ତେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ l ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଶିବିରରେ ତିର୍ତ୍ତୋଲ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ମାଝୀ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରୁଦ୍ରନାରାୟଣ ଦାଶ, ଉପଜିଲ୍ଲାପାଳ ଶ୍ରୀ ଧାମେନ୍ଦ୍ର ମଲ୍ଲିକ, କୁଜଙ୍ଗ ବିଡ଼ିଓ ଶ୍ରୀ ସୌମ୍ୟଶ୍ରୀ ପାଣିଗ୍ରାହୀ, ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ର, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଶୁଣାଣି କରିଥିଲେ l
Sign in
Sign in
Recover your password.
A password will be e-mailed to you.