ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର: ମହାନ୍ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆଦର୍ଶର ପ୍ରବକ୍ତା, ‘ସଂପୂର୍ଣ୍ଣ କ୍ରାନ୍ତି’ ଭାବଧାରାର ପ୍ରବର୍ତ୍ତକ ତଥା ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାର ବଦ୍ଧ ଜନନେତା ସ୍ୱର୍ଗତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ରାଜ୍ୟ ବିଜ୍ଞାନ ଓ କାରିଗରୀ,ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇଲୋକନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରତିମୂର୍ତ୍ତିସ୍ଥଳ ସାଜସଜ୍ଜା କରାଯାଇଥିଲା ବେଳେବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକଶ୍ରୀ ସନ୍ତୋଷ କୁମାର ଦାସ, ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ,ବିଭାଗର ଅନ୍ୟ ପଦାଧିକାରୀ ଉପସ୍ଥିତ ରହି ଲୋକନାୟକଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।ସେହିପରିଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନୁଶାସନ ସଚିବ ଶ୍ରୀ ଲକ୍ଷ୍ମୀଧର ବେହେରାଙ୍କ ସମେତଉତ୍କଳ ସମ୍ମିଳନୀ ଏବଂ ଉଇ ଫର ଭୁବନେଶ୍ୱର ଆଦି ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଓ ସହରର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ଏହି ମହାନ ଜନନେତାଙ୍କ ପ୍ରତି ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.