ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ସମସ୍ୟା ସମ୍ବଳିତ ୧୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୨ ଗୋଟି ଓ ସାମୁହିକ ଦରଖାସ୍ତ ୭ ଗୋଟି ରହିଛି l

ଗ୍ରହଣ ୧୯ ଗୋଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୬ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା I ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଉଲୁଣ୍ଡା ହେମସାଗର ଭୋଇ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ, ତହସିଲଦାର ବିପିନ୍ କୁମାର ପ୍ରଧାନ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ଏହି ଶିବିରରେ ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାରେ ବ୍ଲକ ଅନ୍ତର୍ଗତ ୨ ଗୋଟି ଦମ୍ପତି, କୋଟସମଲେଇ ଗ୍ରାମର ପ୍ରଫୁଲ୍ଲ ବାଗ ଓ ଚନ୍ଦ୍ରକାନ୍ତି ପଟେଲ, ଏବଂ ଉଲୁଣ୍ଡା ଗ୍ରା. ପ. ଅନ୍ତର୍ଗତ ଖଲିଆପାଲି ଗ୍ରାମର ଗଜାନନ ପ୍ରଧାନ ଓ ଉର୍ମିଳା ପ୍ରଧାନ,ପ୍ରତ୍ୟେକ ଦମ୍ପତି ଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ଅର୍ଥ ରାଶି ଚେକ୍ ମାଧ୍ୟମରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପଣ୍ଡା ପ୍ରଦାନ କରିଛନ୍ତି l

Leave A Reply

Your email address will not be published.