ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ କମ୍ପ୍ୟୁଟର ଗୃହ ଉଦ୍ଘାଟିତ

0

ନୟାଗଡ଼(ବିଶ୍ଵଜିତ ନାୟକ) -ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଆଜି ଏକ କମ୍ପ୍ୟୁଟର ଗୃହ ଉଦ୍ଘାଟନ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ମୃଣାଳିନୀ ଦାଶ, ଅଧ୍ୟକ୍ଷା ରାଜଶ୍ରୀ ମହାପାତ୍ର, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ଅତିଥି ଭାବେ ଯୋଗ ଦେଇଥିଲେ । ମହାବିଦ୍ୟାଳୟ ଅଧ୍ୟାପିକ, ଅଧ୍ୟାପିକା ଏବଂ ଛାତ୍ରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.