ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 2


ସୁବର୍ଣ୍ଣପୁର,( ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି ଓ ସାମୁହିକ ଦରଖାସ୍ତ ୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଗ୍ରହଣ କରାଯାଇଥିବା ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ନିବାସୀନି ବିଜୁଳି ମଲ୍ଲିକ ଙ୍କୁ ମଧୁବାବୁ ପେନସନ (ବିଧବା ଭତ୍ତା) ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ମାସକୁ ୫00 ଟଙ୍କା ର ସହାୟତା ପ୍ରଦାନ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ ,ତହସିଲଦାର ବିନିକା, ମୁକ୍ତେଶ୍ଵର ପାଣିଗ୍ରାହୀ,ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Leave A Reply

Your email address will not be published.