ନତକାଇ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମହାସଂଘ ଗୃହ ଉଦ୍‌ଘାଟିତ;

0

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ମହିଳାମାନେ ସ୍ୱାବଲମ୍ବୀ ହୋଇପାରୁଛନ୍ତି-ବିଧାୟକ ପ୍ରତାପ ଜେନା

ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଢଙ୍ଗୀ): ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ଗ୍ରାମପଂଚାୟତ କାର୍ଯ୍ୟାଳୟ ପରିସରରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମହାସଂଘ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ଯୋଗଦାନ କରି ମହାସଂଘ ଗୃହକୁ ଉଦଘାଟିତ କରିବା ସହ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରିକଳ୍ପନା ଉଚ୍ଚକୋଟିର ଯାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ମହିଳା ସ୍ୱୟଂ ସହାୟକ ମହିଳା , ଗ୍ରାମାଞ୍ଜଳର ମହିଳାମାନେ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ନିଜ ଗୋଡ଼ରେ ନିଜେ ଛିଡ଼ା ହୋଇ ସ୍ୱାବଲମ୍ବୀ ହେବା ସହ ପରିବାର ପ୍ରତିପୋଷଣ କରିପାରୁଛନ୍ତି ବୋଲି ବିଧାୟକ ଶ୍ରୀ ଜେନା ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ଜେନାଙ୍କ ସହ ବ୍ଲକ ଅଧ୍ୟକ୍ଷା ରୋଜି ସେଠୀ, ଉପାଧ୍ୟକ୍ଷ ଅଶୋକ କୁମାର ଓଝା, ପ୍ରାକ୍ତନ ଅଧ୍ୟକ୍ଷ ଗିରିଶରଂଜନ ମହାପାତ୍ର, ବିଜେଡ଼ି ବ୍ଲକ ସଭାପତି ରମାକାନ୍ତ ମହାନ୍ତି,ଜିଲ୍ଲା ପରିଷଦ ବିପ୍ଳବ କିଶୋର କାପ, ନତକାଇ ସରପଂଚ ଜୟଦେବ ରାଉତ, ସମିତିସଭ୍ୟା ସରସ୍ୱତୀ ରାଉତ, ବିଜୁ ଯୁବ ବ୍ଲକ ସଭାପତି ଜ୍ଞାନରଂଜନ ରାଉତ, ଯୁବନେତା ପ୍ରମୋଦ ସ୍ୱାଇଁ , ଛାତ୍ର ଜିଲ୍ଲା ଉପସଭାପତି ସତ୍ୟଜିତ୍ ମହାପାତ୍ର,ବ୍ଲକ ବିଜେଡ଼ି ଛାତ୍ର ସଭାପତି ସୁଶାନ୍ତ ନାୟକ ଙ୍କ ସମେତ ନତକାଇ ଗ୍ରାମବାସୀବୃନ୍ଦ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାମାନେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.