ଭୁବନେଶ୍ୱର: ବିଦ୍ୟାଳୟ ଏବଂ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତାଙ୍କ ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟରେ ଆଜି ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛିା ଏହି ବୈଠକରେ ନଭେମ୍ବର ମାସ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଯାଇଛିା ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ମଧ୍ୟରେ ସକାରାତ୍ମକ ପ୍ରତିଯୋଗିତା ମନୋଭାବ ଆଣିବା ପାଇଁ ଚଳିତ ଶିକ୍ଷାବର୍ଷରୁ “ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର’ (CM Award for Education) ଯୋଜନା ଆରମ୍ଭ କରାଯାଇଛିା ଏହି ଯୋଜନାରେ ବ୍ଲକ ଏବଂ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରୁ ଆରମ୍ଭ କରି ରାଜ୍ୟସ୍ତରୀୟ ପୁରସ୍କାର ମହୋତ୍ସବ ଆୟୋଜିତ ହେବା ଏହି ପ୍ରତିଯୋଗିତା ମହୋତ୍ସବ ଜରିଆରେ ରାଜ୍ୟର ପ୍ରାୟ ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ଶିକ୍ଷକ/ଶିକ୍ଷୟତ୍ରୀଙ୍କୁ ତଥା ଶିକ୍ଷା ପରିଚାଳନାରେ ସଂମ୍ପୃକ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହନ ଏବଂ ସମ୍ବର୍ଦ୍ଧନା ଦିଆଯିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ୧୯୪୧ ବିଦ୍ୟାର୍ଥୀ ଏବଂ ୧୫୫୯ ଶିକ୍ଷକ/ଶିକ୍ଷୟତ୍ରୀ ଅଂଶ ଗ୍ରହଣ କରିବୋ
ବୈଠକରେ ଓଡ଼ିଶା ସମଗ୍ର ଶିକ୍ଷା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ଶାହା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ିନୀ କୁମାର ମିଶ୍ର, ମାଧ୍ୟମିକ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରାମାସିସ ହାଜିରା, ଅତିରିକ୍ତ ଶାସନ ସଚିବ ଶ୍ରୀ ଦୁର୍ଗା ପ୍ରସାଦ ମହାପାତ୍ର, ଶ୍ରୀ ଖଗେନ୍ଦ୍ର କୁମାର ପାଢ଼ୀଙ୍କ ସମେତ ବିଭାଗୀୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲୋ
Sign in
Sign in
Recover your password.
A password will be e-mailed to you.