ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ) ଜିଲ୍ଲା ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ବିଭାଗ ସମ୍ମିଳନୀ କକ୍ଷରେ ଗର୍ଭଧାରଣ ପୂର୍ବ ଓ ପ୍ରସବ ପୂର୍ବ ନିଦାନ ପଦ୍ଧତି ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ କ୍ରମାଗତ କମୁଥିବା କନ୍ୟା ସନ୍ତାନ ଜନ୍ମ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ଏହାର କାରଣ, ନିରାକରଣ ଓ ତଦ ସଂକ୍ରାନ୍ତୀୟ ଆଇନ ଉପରେ ଆଲୋଚନା ହୋଇ ଜନ୍ମକାଳୀନ ଲିଙ୍ଗଗତ ବିଷମତା ଦୂର କରିବାକୁ କାର୍ଯ୍ୟପନ୍ଥା ସ୍ଥିର କରାଯାଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ( ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ଡିପିଏମ ବିଶ୍ଵମ୍ଵର ବେହେରା, ଆଇନସେବା ସହକାରୀ ପରିଚାଳିକା ଶୋଭନା ଦାଶ, ପିସିପିଏନଡିଟି କମିଟି ଉପଦେଷ୍ଟା ସ୍ଵାଧିନ ମେହେରଙ୍କ ସମେତ ଜିଲ୍ଲାର ସମସ୍ତ ଅଲଟ୍ରାସାଉଣ୍ଡ କ୍ଲିନିକର ସତ୍ତ୍ଵାଧିକାରୀ ଓ ଅଲଟ୍ରାସାଉଣ୍ଡ କରୁଥିବା ଡାକ୍ତରମାନେ ଯୋଗ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.
Next Post