ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ; ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

0 2

ଭୁବନେଶ୍ବର- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ନାରାୟଣ ବେହେରାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ବରପଦା ଗ୍ରାମର ମାଧବ ବେହେରାଙ୍କ ପୁଅ ନାରାୟଣ ୧୫ ବର୍ଷ ହେବ ଦୁବାଇ ଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ନଭେମ୍ବର ୩ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିବା ନାରାୟଣଙ୍କ ଭାଇ ଗୋବିନ୍ଦ ପରିବାର ଲୋକଙ୍କୁ ଜଣାଇଥିଲେ।  ନାରାୟଣଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ପୂର୍ବତନ ବିଧାୟକ ତଥା ବିଜେପି କଟକ ଜିଲ୍ଲା ସଭାପତି ଶ୍ରୀ ପ୍ରକାଶ ବେହେରାଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଳୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.