ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0 3

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ତୁମୁଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁମ୍ମା ବ୍ଲକର ସେରଙ୍ଗ , ରାଗଡି, ଡୁମୁଡ଼ା ଓ ତୁମୁଳ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୬୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୧ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୩୩ , ୨୯ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।
ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରୋମାଞ୍ଚଳ ଖମାରୀ, ପିଏ.ଆଇଟିଡିଏ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର , ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଜୟଦ୍ରଥ ଆଚାର୍ଯ୍ୟ, ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ , ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

Leave A Reply

Your email address will not be published.