ଭୁବନେଶ୍ୱର : ଖଣିଜ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଯୁବବର୍ଗଙ୍କୁ କୁଶଳୀ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ଓଡ଼ିଶା ସରକାରା ଏନେଇ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡେ଼ଇ, ଟାଟା ଗ୍ରୁପର ସ୍କିଲ୍ କାଉନସିଲ୍ ଫର୍ ମାଇନିଂ ସେକ୍ଟର (ଏସ୍.ସି.ଏମ୍.ଏସ) ଅଧିକାରୀଙ୍କ ସହ ଗୁରୁବାର ଲୋକସଭା ଭବନରେ ଆଲୋଚନା କରିଛନ୍ତିା ଓଡ଼ିଶାର ଅଧିକାଂଶ ଜିଲ୍ଲା ଖଣି ପ୍ରଭାବିତ ଅଞ୍ଚଳା ସେଥିପାଇଁ ଜିଲ୍ଲାସ୍ତରରେ ଖଣି ପ୍ରଭାବିତ ଅଞ୍ଚଳରେ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହେଉଛିା ଫଳରେ ସ୍ଥାନୀୟ ଯୁବକ-ଯୁବତୀଙ୍କୁ ଟ୍ରେନିଂ ଦେଇ ଦକ୍ଷତା ବୃଦ୍ଧି କରାଯିବା ଗୁରୁତ୍ୱପୂର୍ଣ୍ଣ କଥା ହେଲା ସ୍ୱାସ୍ଥ୍ୟ ଏବଂ ପରିବେଶର ସୁରକ୍ଷାକୁ ଟ୍ରେନିଂ ପ୍ରଦାନର ମୁଖ୍ୟ ଅଂଶ ଭାବେ ଗ୍ରହଣ କରାଯିବା ଏହା ଦ୍ୱାରା ଖଣି ପ୍ରଭାବିତ ଅଞ୍ଚଳରେ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବା ସହ ପରିବେଶ ସୁରକ୍ଷିତ ରଖା ଯାଇପାରିବ ବୋଲି ମନ୍ତ୍ରୀ ଶ୍ରୀଯୁକ୍ତ ଘଡେ଼ଇ କହିଛନ୍ତିା
ତେବେ ସ୍ଥାନୀୟ ଖଣିଜ କେନ୍ଦ୍ରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରାଯିବା ସେହି ଦକ୍ଷତା ବିକାଶ କେନ୍ଦ୍ର ଲାଗି ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବେ ଓଡ଼ିଶା ସରକାରା ଖଣି ଅଞ୍ଚଳର ଯୁବବର୍ଗଙ୍କୁ କୁଶଳୀ କରିବାରେ ସଫଳ ହୋଇଥିବା ଏସ୍.ସି.ଏମ୍.ଏସ ଖୁବଶୀଘ୍ର ରାଜ୍ୟସ୍ତରୀୟ ବ୍ଲì-ପ୍ରିଣ୍ଟ ପ୍ରସ୍ତୁତ କରିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରେଘୁଜୀ, ଏସ୍.ସି.ଏମ୍.ଏସର ଏମ୍ଡି ପଙ୍କଜ ସତେଜା, ସିଇଓ ସଞ୍ଜୟ ଶର୍ମା, ଅପରେସନ ମୁଖ୍ୟ ନଭନୀତ କୁମାର ଏବଂ ଟିସଏମଏଲ୍ ମାନବ ସମ୍ଭଳ ପ୍ରବନ୍ଧକ ଗୌତମ ଚକ୍ରବର୍ତ୍ତି ପ୍ରମୁଖ ଉପସ୍ଥିତ ଥିଲୋ
Sign in
Sign in
Recover your password.
A password will be e-mailed to you.