ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଅଛି l ଏହି ଅଭିଯୋଗ ଶିବରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ l ଆଜି ମୋଟ ୧୨୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା l ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କୀୟ ୧୨୦ ଗୋଟି ଅଭିଯୋଗ, ଗୋଷ୍ଠିଗତ ସମସ୍ୟା ସଂପର୍କୀୟ /ଗ୍ରାମ୍ୟ ସମସ୍ୟା ୭ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୬୫ ଟି, ରେସନକାର୍ଡ ୩ ଟି, ଜମିଜମା ସମସ୍ୟା ୧୧ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩ଟି, ରେଡ଼କ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୨ଟି,ଭର୍ତ୍ତା ସଂପର୍କୀୟ ୮ଟି, ପୋଲିସ ସହାୟତା ନିମନ୍ତେ ୨ ଟି ଏବଂ ଅନ୍ୟାନ୍ୟ ୨୬ଟି ଅଭିଯୋଗର ଶୁଣାଣି କରାଯାଇଥିଲା l ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ, ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଉମେଶ କୁମାର ପଣ୍ଡା, ଜଗତସିଂହପୁର ବି.ଡ଼ି.ଓ ଶ୍ରୀ ସାଗର କୁମାର ନନ୍ଦ, ତହସିଲଦାର ଶ୍ରୀମତୀ ଅଞ୍ଜନୀ ତରାଇ, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ l
Sign in
Sign in
Recover your password.
A password will be e-mailed to you.