ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

0
  •  ବିଭିନ୍ନ ୩0 ଅଭିଯୋଗ ଦରଖାସ୍ତ ଗ୍ରହଣ 

  • ତୁରନ୍ତ ସମାଧାନ ହେଲା ୫ ଅଭିଯୋଗ 

ସୁବର୍ଣ୍ଣପୁର( ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ସୁବର୍ଣ୍ଣପୁର ଅବୋଲି ସୁନୀଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୬ ଗୋଟି, ସାମୁହିକ ଦରଖାସ୍ତ 0୪ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୫ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଶିବିରରେ ଗତ ଏକ ମାସ ମଧ୍ୟରେ ଡୁଙ୍ଗୁରିପାଲି ବ୍ଲକ ଅଞ୍ଚଳ ର ବିଭିନ୍ନ ସମସ୍ୟା ସମ୍ପର୍କିତ ବିଭିନ୍ନ ଖବର କାଗଜ ରେ ପ୍ରକାଶିତ ଖବର ଉପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ବିଭାଗୀୟ ପଦକ୍ଷେପ ସମ୍ୱନ୍ଧରେ ପଚାରି ବୁଝିବା ସହିତ ପ୍ରକାଶିତ ହେଉଥିବା ବିଭାଗ ସମ୍ପୃକ୍ତ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀମତୀ ନରୱଣେ l ବି ଡି ଓ, ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଳା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର,ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l

Leave A Reply

Your email address will not be published.