ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର, ୩୩ ମାମଲାର ତତ୍କାଳ ସମାଧାନ

0

ଓଡ଼ଗାଁ,(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଶୁଣିବା ସହିତ ସେଗୁଡିକୁ ସମାଧାନ ଥିଲେ । ସୋମବାରରେ ଅନୁଷ୍ଠିତ ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୫୧ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୬ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୩ ଗୋଟିର ଶୁଣାଣି କରାଯାଇ ସମୁଦାୟ ୩୩ ଗୋଟି ମାମଲାର ତତ୍କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧୨ ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । ଅବଶିଷ୍ଟ ମାମଲା ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଲେଖ ଚନ୍ଦ୍ର ପହି, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ସ୍ୱାତୀଲେଖା ଦାସ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଜିଲ୍ଲାସ୍ତରୀୟ ପଦାଧିକାରୀ, ବିଦ୍ୟୁତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କୁ ସହଯୋଗ କରିଥିଲେ ।

Leave A Reply

Your email address will not be published.