ଭୁବନେଶ୍ୱର, ୨୫/୧୧: ବିଖ୍ୟାତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ପୃଥିବୀର ୨ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକମାନଙ୍କ ୨୦୨୨ ମସିହା ତାଲିକାରେ ସ୍ଥାନୀତ ହୋଇଥିବା ସୋଆ ବିଶ୍ୱବିଦ୍ୟାଳୟର ଗବେଷକମାନଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି ।
ସୋଆର ୧୬ ଜଣ ଗବେଷକଙ୍କୁ ଏହି ତାଲିକାରେ ସ୍ଥାନ ମିଳିଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ ୧୨ ଜଣ ଏହି ସମ୍ବର୍ଦ୍ଧନା ଉତ୍ସବରେ ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଦେବୀ ପ୍ରସାଦ ରାୟ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଗବେଷଣାରେ ସେମାନଙ୍କର ଉତ୍କର୍ଷ ଯୁବ ବୈଜ୍ଞାନିକମାନଙ୍କୁ ଅନୁପ୍ରାଣିତ କରିବ ବୋଲି ସେ କହିଥିଲେ ।
ଏହି ଉତ୍ସବରେ ଯୋଗ ଦେଇଥିବା ଗବେଷକମାନେ ହେଲେ ବିଶିଷ୍ଟ ସ୍ନାୟୁ ଶଲ୍ୟ ବିଶେଷଜ୍ଞ ତଥା ବର୍ତମାନ ସୋଆର କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର ନିହାରବାଳା ଦେବୀ, ପ୍ରଫେସର ଗୌତମ ରଥ, ପ୍ରଫେସର ରବୀନ୍ଦ୍ରନାଥ ପାଢ଼ୀ, ଡଃ ମନୋଜ କୁମାର ନାୟକ, ପ୍ରଫେସର ବିନୋଦ କୁମାର ସାହୁ, ଡଃ ସୁସଙ୍ଗିନୀ ନାୟକ, ଡଃ ଦିପ୍ତୀ ପ୍ରଭା ସାହୁ, ଡଃ ସତ୍ୟ ରଞ୍ଜନ ମିଶ୍ର ଏବଂ ଡଃ ମନୋହର ମିଶ୍ର ।
ଏହି ଷ୍ଟାନ୍ଫୋର୍ଡ ତାଲିକାରେ ସ୍ଥାନୀତ ହୋଇଥିବା ପ୍ରଫେସର ପ୍ରଦୀପ୍ତ କିଶୋର ଦାସ, ପ୍ରଫେସର ଆର୍.ଏନ୍.ପି. ଚୌଧୁରୀ, ପ୍ରଫେସର ରାଜଶ୍ରୀ ଦାସ ଓ ଡକ୍ଟର ସୁଲଗ୍ନା ପଟ୍ଟନାୟକ ଏହି ଉତ୍ସବରେ ଯୋଗ ଦେଇ ପାରି ନଥିଲେ ।
ପ୍ରଫେସର ରାୟ କହିଥିଲେ ଯେ ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଏନ୍ଆଇଆର୍ଏଫ୍ ର୍ୟାଙ୍କିଙ୍ଗ ଅନୁଯାୟୀ ୧୬ତମ ସ୍ଥାନ ଅଧିକାର କରିଥିବା ସୋଆରେ ଗବେଷଣା ନିମନ୍ତେ ଓ ବିଶେଷ ଭାବେ ଇଂଟର-ଡିସିପ୍ଲିନାରୀ ଗବେଷଣା ନିମନ୍ତେ ଅନେକ ସୁଯୋଗ ରହିଛି ।
ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ବରିଷ୍ଠ କର୍ମକର୍ତା ଗଣ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.